
ମାଲକାନଗିରି, ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ । ଚିକିତ୍ସା ପାଇଁ ଟଙ୍କା କେବେ ବି ବାଧକ ନ ହେଉ। ଆଜି ମାଲକାନଗିରି ସଂସୃତି ଭବନ ଠାରେ ରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡା ମାଝୀଙ୍କୁ ଵିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ର ପ୍ରଥମ ସ୍ମାର୍ଟ ହେଲଥ କାର୍ଡ ପ୍ରଦାନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳା ମାନଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।ଆଗାମୀ ସେପ୍ଟେମ୍ବର ପହିଲାରୁ ଏହି ଯୋଜନା ଲାଗୁ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ଜରିଆରେ ହିତାଧିକାରୀମାନେ ଚିକିତ୍ସା ସୁବିଧା ପାଇପାରିବେ ।ଏହି କାର୍ଡରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ଓ ମା ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ ।
ଏଭଳି ସୁବିଧା ଦେବା ରେ ସାରା ଦେଶରେ ଓଡିଶା ପ୍ରଥମ । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ ଓଡ଼ିଶାରେ ସ୍ବାସ୍ଥ୍ୟ ସେବା ବିକାଶ ଉପରେ ଆଲୋକପାତ କରିଥିଲେ ।ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ମନ୍ତ୍ରୀ, ନିଗମ ଅଧକ୍ଷ, ନବରଙ୍ଗପୁର ସାଂସଦ ରମେଶ ମାଝୀ, ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ବାକା ମାଲକାନଗିରି ବିଧାୟକ ଆଦିତ୍ୟ ମାଢି, ଜିଲ୍ଳାପାଳ ବିଶାଲ ସିଂ ଓ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ!
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO