
ଖୋର୍ଦ୍ଧା, ଖୋର୍ଦ୍ଧା ଜଙ୍କିଆ ଥାନା ଅନ୍ତର୍ଗତ ଗୋଳବାଇ ଗ୍ରାମରେ ଆଜି ସକାଳେ ଘର ବାଡ଼ିପଟେ ଫୁଲ ତୋଳୁଥିବା ବେଳେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ବନ ବିଭାଗ କର୍ମଚାରୀଙ୍କ ଉପସ୍ଥିତିରେ ପୋଲିସ ମୃତ ମହିଳାଙ୍କ ଶବ ଜବତ କରିବା ସହ ଏହାକୁ ବ୍ୟବଚ୍ଛେଦ ନିମନ୍ତେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ବନ ବିଭାଗ ପକ୍ଷରୁ ଏନେଇ ଅଧିକ ତଦନ୍ତ ଜାରୀ ରହିଛି । ଅନ୍ୟପକ୍ଷରେ ଏହି ଖବର ପ୍ରଚାରିତ ହେବା ପରେ ଅଂଚଳରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ।