-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୦୦୮୪
ଆଜି ଚିହ୍ନଟ ହୋଇଥିବା ୯୧୧ ଜଣଙ୍କ ମଧ୍ୟରୁ ୫୩୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୮୦ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୩୫୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିଭଳି ଅନୁଗୋଳ ଜିଲ୍ଲାରୁ ୨୩, ବାଲେଶ୍ୱରରୁ ୫୧, ବରଗଡ଼ରୁ ୭, ଭଦ୍ରକ୍ ରୁ ୧୨, ବଲାଙ୍ଗୀରରୁ ୫ ଜଣ ସଂକ୍ରମିତ ହୋଇଥିବା ବେଳେ , ବୌଦ୍ଧରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ସେହିପରି କଟକରୁ ୮୮, ଦେବଗଡରୁ ୧୦ ଢେଙ୍କାନାଳରୁ ୧୬, ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତିଜିଲ୍ଲାରୁ ୬, ଗଞ୍ଜାମରୁ ୪ ଜଗତସିଂହପୁରରୁ ୨୪, ଯାଜପୁରରୁ ୪୯, ଝାରସୁଗୁଡାରୁ ୨, କଳାହାଣ୍ଡିରୁ ୭, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୩୧, କେନ୍ଦୁଝରରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଧା ଜିଲ୍ଲାରୁ ୩୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ମାଲକାନାଗିରିରୁ ୭, ମୟୁରଭଞ୍ଜରୁ ୩୮ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ୧୯ , ନୂଆପଡାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୩୦, ରାୟଗଡାରୁ ୭, ସମ୍ବଲପୁରରୁ ୧୩, ସୂବର୍ଣ୍ଣପୁରରୁ ୩, ସୁନ୍ଦରଗଡରୁ ୮ ଓ ଷ୍ଟେଟପୁଲରୁ ୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।