
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୫୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫୯ ହୋଇ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୧,୬୬୮ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧,୬୬୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୪ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୯,୬୨୧ ହୋଇଛି ।
ହିମାଚଳରେ ୧୫୫ କରୋନାର ନୂଆ ମାମଲା
ସିମଲା, ହିମାଚଳ ପ୍ରଦେଶରେ ଗତ ୨୪ ଘଂଟା ମଧ୍ୟରେ ୧୫୫ ଟି କରୋନାର ନୂଆ ମାମଲା ସାମନାକୁ ଆସିଛି । । ଏହା ସହ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୪୧୩ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO