ଭୁବନେଶ୍ୱର, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଦିନ ଭୁବନେଶ୍ୱର ଠାରେ ଜାତୀୟ ରାଜପଥ ଓ ଭାରତୀୟ ଜାତୀୟ ରାଜପଥ କର୍ତୃପକ୍ଷ ଅଧିକାରୀଙ୍କ ସହ ରାଜ୍ୟରେ କ୍ରିୟାନ୍ୱୟନ ହେଉଥିବା ଜାତୀୟ ରାଜପଥ ପ୍ରକଳ୍ପ ଯଥା ଭାରତମାଳା ଯୋଜନାରେ କୋଷ୍ଟାଲ ହାଇୱେ ପ୍ରକଳ୍ପର ଅଗ୍ରଗତି, ଭୁବନେଶ୍ୱର ରିଙ୍ଗ୍ ରୋଡ୍ ପ୍ରକଳ୍ପ, ପାରାଦୀପ ଠାରୁ ବଡ଼ବିଲ ମଧ୍ୟରେ ପ୍ରସ୍ତାବିତ ୮ ଲେନ୍ ବିଶିଷ୍ଟ ଅର୍ଥନୈତିକ କରିଡର ଏବଂ ରାଜ୍ୟରେ ନିର୍ମାଣାଧୀନ ବିଭିନ୍ନ ରାଜପଥ ପ୍ରକଳ୍ପ ସହ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ଉପରେ ସମୀକ୍ଷା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ ‘ପୂର୍ବୋଦୟ’ ପରିକଳ୍ପନାରେ ପୂର୍ବ ଭାରତର ଭିତିଭୂମିର ବିକାଶ ହେବ ଏବଂ ପୂର୍ବ ଭାରତର ବିକାଶର କେନ୍ଦ୍ରବିନ୍ଦୁରେ ଓଡ଼ିଶା ରହିବ । ଏହି ସମୀକ୍ଷା ବୈଠକରେ ଉପରୋକ୍ତ ସମସ୍ତ ପ୍ରକଳ୍ପ କିଭଳି ନିର୍ଦ୍ଧାରିତ ସମୟରେ ଶେଷ ହେବ, ସେନେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗୁରୁତ୍ୱାରୋପ କରିଛନ୍ତି ।