ପୁରୀ, ଆସନ୍ତାକାଲିଠାରୁ ସର୍ବସାଧାରଣଙ୍କ ଲାଗି ଶ୍ରୀମନ୍ଦିର ଖୋଲିବ । କୋଭିଡ୍ ଗାଇଡ୍ ଲାଇନ୍ ଅନୁଯାୟୀ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ଭିତରେ ଶ୍ରୀଜିଉଙ୍କୁ ଦର୍ଶନ କରିପାଇବେ । ତେବେ ଭକ୍ତଙ୍କୁ ଆରଟିପିସିଆର ନେଗେଟିଭ କିମ୍ବା ଓ ଦୁଇଟି ଡୋଜ୍ ଟିକାକରଣ ରିପୋର୍ଟ ସହ ଆଧାର କାର୍ଡ ପ୍ରମାଣପତ୍ର ଦେଖାଇବାକୁ ପଡିବ । ସକାଳ ୭ଟାରୁ ସଂଧ୍ୟା ୭ଟା ପର୍ଯ୍ୟନ୍ତ ଦର୍ଶନ କରିହେବ ।
ଶୃଙ୍ଖଳିତ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟାରିକେଡ ଓ ୮ଟି କିଓସ୍କୋ ସ୍ଥାପନ କରାଯାଇଥିବା ବେଳେ ସୁରକ୍ଷା ପାଇଁ ୧୦ ପ୍ଲାଟୁନ୍ ରୁ ଅଧିକ ପୋଲିସ ଫୋର୍ସ ମୁତୟନ ହେବେ । ଶୃଙ୍ଖଳିତ ଦର୍ଶନ ପାଇଁ ସିଂହ ପଟେ ପ୍ରବେଶ ଓ ଉତର ଦ୍ୱାର ପଟେ ପ୍ରସ୍ଥାନର ବ୍ୟବସ୍ଥା କରାଯାଇଛି । ବୃଦ୍ଧ ଓ ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନର ବ୍ୟବସ୍ଥା କରାଯାଇଛି । ସୂଚନାଯୋଗ୍ୟ ଯେ ଗତ ୧୬ ତାରିଖରୁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ଆରମ୍ଭ ହୋଇଥିବା ବେଳେ କେବଳ ପୁରୀ ବାସିନ୍ଦା ଦର୍ଶନ ସୁଯୋଗ ପାଇଥିଲେ ।