ଭୁବନେଶ୍ୱର, ରାଜ୍ୟରେ ୬୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୩୫୮କୁ ବୃଦ୍ଧି ପାଇଛି ।
ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୯ ମୃତକଙ୍କ ମଧ୍ୟରେ କଟକ ଓ ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୩ ଜଣ ଲେଖାଏଁ ଥିବା ବେଳେ ଅନୁଗୁଳରୁ ୮ ଓ ଢେଙ୍କାନାଳରୁ ୧୧ ଜଣ ଅଛନ୍ତି । ଏହାଛଡ଼ା କେନ୍ଦ୍ରାପଡ଼ାରୁ ୮ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ ମୃତକ ଥିବା ଜଣାଯାଇଛି । ଏଣେ ଭଦ୍ରକ ଜିଲ୍ଲାରୁ ୩ ଜଣ, ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ନବରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି ।
ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରାଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।