ଭୁବନେଶ୍ୱର, ରାଜ୍ୟରେ ୬୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାର । ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୭,୪୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।
ଏହି ୬୭ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୧୪ ଜଣ ଅଛନ୍ତି । ତେବେ ଖୋର୍ଦ୍ଧା ଜିଲ୍ଲାରୁ କେହି ପ୍ରାଣ ହରାଇନାହାନ୍ତି । ଯାଜପୁର ଜିଲ୍ଲାରୁ ୬ ଜଣ ଓ ଢେଙ୍କାନାଳରୁ ୮ ଜଣ ଆକ୍ରାନ୍ତ ଅଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୫, ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି । ଅପରପକ୍ଷରେ ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ ପୁରୀ, ରାୟଗଡ଼ା ନବରଙ୍ଗପୁର ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି ।
ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରାଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।