ଭୁବନେଶ୍ୱର,ରାଜ୍ୟରେ ଆଉ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ଦେଇଛନ୍ତି ରାଜ୍ୟ ସରକାର । ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୭,୬୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।
ସୂଚନା ଅନୁଯାୟୀ, ଏହି ୬୬ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଥିବା ବେଳେ ସମ୍ୱଲପୁରରୁ ୧୧ ଜଣ, ବରଗଡ଼ ଓ ଜଗତସିଂହପୁର ଜିଲ୍ଲାରୁ ୮ ଜଣ ଲେଖାଏଁ ଥିବା ବେଳେ ଯାଜପୁର ଜିଲ୍ଲାରୁ ୪ ଜଣ ଏବଂ ବୌଦ୍ଧ ଜିଲ୍ଲାରୁ ୩ଜଣ ଅଛନ୍ତି । ଏଣେ ବଲାଙ୍ଗୀର, ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, ସୁନ୍ଦରଗଡ଼ ଓ ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି ।ଅପରପକ୍ଷରେ ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ରାୟଗଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି ।