ଭୁବନେଶ୍ୱର, ଉତର ପଶ୍ଚିମ ତଥା ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ଘୁର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା କାଲି (ଶନିବାର) ଉତର-ପଶ୍ଚିମ ତତ-ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଗୋଟିଏ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ଗଜପତି , ଗଂଜାମ, ପୁରୀ, ଖୋର୍ଦ୍ଧା , ଜଗତସିଂହପୁର, ନୟାଗଡ, କଟକ,ଅନୁଗୁଳ, ଦେବଗଡ ଓ କନ୍ଧମାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ ,ଖୋର୍ଦ୍ଧା ନୟାଗଡ, ଗଂଜାମ, ଗଜପତି, କେନ୍ଦୁଝର, ମୟୁରଭଂଜ, ଅନୁଗଳ , ଢେଙ୍କାନାଳ , କନ୍ଧମାଳ, ବୌଦ୍ଧ, ରାୟଗଡା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ୟେଲା ୱାର୍ଣ୍ଣି ଜାରି କରିଛି ପାଣପଗ ବିଭାଗ ।
ସେହିପରି ୨୮ ତାରିଖରୁ ୨୯ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ , ରାୟଗଡା, ଗଜପତି, ଗଂଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ ,ଖୋର୍ଦ୍ଧା ନୟାଗଡ, ଗଂଜାମ, ଗଜପତି, କେନ୍ଦୁଝର, ମୟୁରଭଂଜ, ଅନୁଗଳ , ଢେଙ୍କାନାଳ ,କନ୍ଧମାଳ ଓ ବୌଦ୍ଧ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।