ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୬୯ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ତେବେ ଏହି ମୃତ୍ୟୁ ସଂଖ୍ୟା ରିଏଲ ଟାଇମ ନୁହେଁ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୭୬୯୭ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୩୮ ଜଣ ଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୯ ଜଣ ଅଛନ୍ତି ଏଣେ ଢେଙ୍କାନାଳରୁ ୬ ଜଣ ଆକ୍ରାନ୍ତ ଅଛନ୍ତି । ଏହାଛଡ଼ା ଯାଜପୁର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି । ଅପରପକ୍ଷରେ ଅନୁଗୁଳ ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ପୁରୀ, ଭଦ୍ରକ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି । ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆ ଯାଇଛି ।