ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୩୦,୦୦୭ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୮୧,୨୦୯ ହୋଇ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୧,୨୧୩ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧,୨୧୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୯,୩୦୦ ହୋଇଛି ।