-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୫୬୫୪
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୭୭୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୫୬୫୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୮୯୮୪୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୭୯୯୬ ରହିଛି ।
ଆଜି ଚିହ୍ନଟ ହୋଇଥିବା ୭୭୯ ଜଣଙ୍କ ମଧ୍ୟରୁ ୪୫୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୨୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୫୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୫୯ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୨, କଟକରୁ ୮୪, ଦେବଗଡ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ ଜଣ, ଗଜପତି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ହୋଇଛନ୍ତି । ଗଞ୍ଜାମରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୩୧ ଜଣ, ଯାଜପୁରରୁ ୩୪ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳ ଜିଲ୍ଲାରୁ ୫ ଜଣ. କେନ୍ଦ୍ରାପଡ଼ାରୁ ୨୧ ଜଣ, କେନ୍ଦୁଝରରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଖୋର୍ଦ୍ଧାରୁ ୨୫୯ ଜଣ, କୋରାପୁଟରୁ ୩ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୭ ଜଣ, ନବରଙ୍ଗପୁରରୁ ଜଣେ ହେେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୧୮ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୩୯ ଜଣ, ରାୟଗଡ଼ାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୩ ଜଣ, ସୋନପୁରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୨୦ ଜଣ ଓ ଷ୍ଟେଟ୍ ପୁଲରୁ ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।