ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୬୮ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ତେବେ ଏହି ମୃତ୍ୟୁ ସଂଖ୍ୟା ରିଏଲ ଟାଇମ ନୁହେଁ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୭୭୬୫ ହୋଇ ଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୨୫ ଜଣ ଥିବା ବେଳେ କେନ୍ଦ୍ରାପଡା ଓ ଖୋର୍ଧା ଜିଲ୍ଲାରୁ ୭-୭ ଜଣ ଅଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୬ ଜଣ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଏହାଛଡ଼ା ଅନୁଗୁଳ ଓ ମୟୁରଭଂଜ ଜିଲ୍ଲାରୁ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି । ବାଲେଶ୍ୱର, ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାରୁ ୩-୩ ଜଣ ମୃତ୍ୟୁବରଣ କରିଛନ୍ତି । ନୟାଗଡ ଜିଲ୍ଲାରୁ ୨ ଜଣ ମୃତ୍ୟୁବରଣ କରିଥିବା ବେଳେ ବୌଦ୍ଧ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି ।
ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆ ଯାଇଛି ।