ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୬୭ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ତେବେ ଏହି ମୃତ୍ୟୁ ସଂଖ୍ୟା ରିଏଲ ଟାଇମ ନୁହେଁ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୭୯୦୧ ହୋଇ ଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଅଛନ୍ତି । ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ୯ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି । ଖୋର୍ଧା ଜିଲ୍ଲାରୁ ୬ ଜଣ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।
୍ଣ ସେହିପରି ଯାଜପୁରୁ ୪ ଜଣ ମୃତ୍ୟୁବରଣ କରିଥବା ବେଳେ ମୟୂରଭଞ୍ଜ କେନ୍ଦୁଝର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି । ଅପରପକ୍ଷରେ ଢେଙ୍କାନାଳ, ପୁରୀ, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାରୁ ୨ ଜଣ ଲେଖାଏଁ ଓ କଳାହାଣ୍ଡି ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି ।
ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆ ଯାଇଛି ।