ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୦୬,୭୮୫ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୫୨,୩୧,୮୪,୨୯୩ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
କରୋନାରେ ଦେଶରେ ଗତ ୨୪ ଘଂଟାରେ ୪୧,୯୬୫ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୪୧,୯୬୫ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୪୬୦ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ମୋଟ କରୋନା ସଂଖ୍ୟା ୩,୨୮,୧୦,୮୪୫ ରେ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩,୭୮,୧୮୧ ଥିବା ବେଳେ ବର୍ତମାନ ସୁଦ୍ଧା ୪,୩୯,୦୨୦ଭଜଣ ମୃତ୍ୟୁ ବରଣ କରିଛନ୍ତି ।