ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୮୪,୪୪୧ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୫୨,୪୮,୬୮,୭୩୪ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
କରୋନାରେ ଦେଶରେ ଗତ ୨୪ ଘଂଟାରେ ୪୭,୦୯୨ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୪୭,୦୯୨ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୫୦୯ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ମୋଟ କରୋନା ସଂଖ୍ୟା ୩,୨୮,୫୭,୯୩୭ ରେ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩,୮୯,୫୮୩ ଥିବା ବେଳେ ବର୍ତମାନ ସୁଦ୍ଧା ୪,୩୯,୫୨୯ ଭଜଣ ମୃତ୍ୟୁ ବରଣ କରିଛନ୍ତି ।