-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୦୦୭୨
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୮୪୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୦୦୭୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୨୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୯୪୬୩୯ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୭୩୪୫ ରହିଛି ।
ଆଜି ଚିହ୍ନଟ ହୋଇଥିବା ୮୪୯ ଜଣଙ୍କ ମଧ୍ୟରୁ ୪୯୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୫୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୩୪୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି । ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୫୧ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୧୧୭, ଦେବଗଡ ଜିଲ୍ଲାରୁ ୮ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ, ଯାଜପୁରରୁ ୩୨ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ୧ ଜଣ. କେନ୍ଦ୍ରାପଡ଼ାରୁ ୯ ଜଣ, କେନ୍ଦୁଝରରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୩୪୧ ଜଣ, କୋରାପୁଟରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୭ ଜଣ, ନୂଆପଡ଼ାରୁ ୭ , ପୁରୀରୁ ୩୧ ଜଣ, ରାୟଗଡ଼ାରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୬ ଜଣ, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୧୮ ଜଣ ଓ ଷ୍ଟେଟ୍ ପୁଲରୁ ୭୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।