-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୧୫୫୮
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୮୨୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୧୫୫୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୯୬୩୦୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୭୧୫୮ ରହିଛି ।
ଆଜି ଚିହ୍ନଟ ହୋଇଥିବା ୮୨୬ ଜଣଙ୍କ ମଧ୍ୟରୁ ୪୬୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୩୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୩୪୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି । ଗତ ୨୪ ଘଂଟା ମ୍ମରେ ଅନୁଗୁଳ ଜିଲ୍ଲାରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୦ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ବୌଦ୍ଧ ଜିଲ୍ଲାରୁ ୩, କଟକରୁ ୯୮, ଦେବଗଡ ଜିଲ୍ଲାରୁ ୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ ଜଣ, ଗଜପତି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ହୋଇଛନ୍ତି । ଗଞ୍ଜାମରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୭ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି , କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୩୩ ଜଣ, କେନ୍ଦୁଝରରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୩୪୬ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରି ଜିଲ୍ଲାରୁ ୨ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୩୭ ଜଣ, ନବରଙ୍ଗପୁରରୁ ୭ଜଣ, ନୟାଗଡ଼ରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୧ ଜଣ, ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ୍ ପୁଲରୁ ୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।