ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୫୪୨ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୫,୦୫୬ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୭୦୦ କରୋନାର ନୂଆ ମାମଲା
କୋଲକାତା ,ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୭୦୦ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୬୭୯ ହୋଇ ଯାଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪,୧୩୦ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪,୧୩୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨,୦୨୫ହୋଇଛି ।