
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୬୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୫୭୧୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୧୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୧୦୦୦୫୪୮ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୭୦୨୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୬୩୦ ଜଣଙ୍କ ମଧ୍ୟରୁ ୩୬୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୬୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୨୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି । ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୩ ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବଲାଙ୍ଗୀରରୁ ୩, ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଟିହ୍ନଟ ହୋଇଛନ୍ତି । କଟକରୁ ୧୧୮ , ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଗଞ୍ଜାମରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ, ଯାଜପୁରରୁ ୩୨ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୧ କଳାହାଣ୍ଡି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ୨, କେନ୍ଦ୍ରାପଡ଼ାରୁ ୮ ଜଣ, କେନ୍ଦୁଝରରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୨୨୧ ଜଣ, କୋରାପୁଟରୁ ୯, ମାଲକାନଗିରି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୦ ଜଣ, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀରୁ ୧୬ ଜଣ, ରାୟଗଡ଼ାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୩ ଜଣ, ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୨୨ ଜଣ ଓ ଷ୍ଟେଟ୍ ପୁଲରୁ ୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।