
-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୬୩୬୨
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୬୪୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୬୩୬୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୧୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୧୦୦୧୨୫୪ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୬୯୫୭ ରହିଛି ।ଆଜି ଚିହ୍ନଟ ହୋଇଥିବା ୬୪୯ ଜଣଙ୍କ ମଧ୍ୟରୁ ୩୮୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୬୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୩୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୭ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ବଲାଙ୍ଗୀରରୁ ୫, ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଟିହ୍ନଟ ହୋଇଛନ୍ତି । କଟକରୁ ୮୪ , ଦେବଗଡ ଜିଲ୍ଲାରୁ ୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଗଞ୍ଜାମରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୩୭ ଜଣ, ଯାଜପୁରରୁ ୩୦ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୬, କଳାହାଣ୍ଡି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।କନ୍ଧମାଳ ଜିଲ୍ଲାରୁ ୨, କେନ୍ଦ୍ରାପଡ଼ାରୁ ୨୪ ଜଣ, କେନ୍ଦୁଝରରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଖୋର୍ଦ୍ଧାରୁ ୨୩୫ ଜଣ, କୋରାପୁଟରୁ ୫, ମାଲକାନଗିରି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୩୦ ଜଣ, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀରୁ ୧୭ ଜଣ, ରାୟଗଡ଼ାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୯ ଜଣ, ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ୍ ପୁଲରୁ ୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।