ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୬ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ତେବେ ଏହି ମୃତ୍ୟୁ ସଂଖ୍ୟା ରିଏଲ ଟାଇମ ନୁହେଁ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୦୯୮ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାଛଡ଼ା କଟକ ଓ ଖୋର୍ଧା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।