
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୪୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୬୮୩୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୧୦୦୨୧୨୮ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୬୫୪୮ ରହିଛି ।
ଆଜି ଚିହ୍ନଟ ହୋଇଥିବା ୪୭୧ ଜଣଙ୍କ ମଧ୍ୟରୁ ୨୭୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୯୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୯୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୬ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବଲାଙ୍ଗୀରରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଟିହ୍ନଟ ହୋଇ ନାହାନ୍ତି । କଟକରୁ ୮୧ , ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଓ ଗଂଜାମ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଜଗତସିଂହପୁର ଜିଲ୍ଲାରୁ ୧୬ ଜଣ, ଯାଜପୁରରୁ ୨୨ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡ଼ାରୁ ୯ ଜଣ, କେନ୍ଦୁଝରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୧୯୬ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୯ ଜଣ, ରାୟଗଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୧, ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧ ଜଣ ଓ ଷ୍ଟେଟ୍ ପୁଲରୁ ୪୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।