
-
ହୀରାକୁଦ ଡ଼୍ୟାମର ୧୨ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ
ସମ୍ବଲପୁର, ଉପର ମୁଣ୍ଡରେ କ୍ରମାଗତ ବର୍ଷା ଫଳରେ ହୀରାକୁଦ ଜଳଭଣ୍ଡାରରେ ଜଳ ପତନ ବୃଦ୍ଧି ପାଇଛି । ଫଳରେ ଗତକାଲି ୬ଟି ସ୍ଲୁଇସ୍ ଗେଟ୍ ଖୋଲା ଯାଇଥିବା ବେଳେ ଆଜି ଆଉ ୬ଟି ଗେଟ୍ ଖୋଲାଯାଇ ଜଳ ଭଣ୍ଡାରରୁ ଜଳ ନିଷ୍କାସନ ଜାରୀ ରହିଛି । ହୀରାକୁଦ ଡ଼୍ୟାମର ମୋଟ୍ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଡ଼୍ୟାମ୍ ର ବାମ ପାଶ୍ୱର୍ ଡାଇକ୍ ର ୮ଟି ଏବଂ ଡ଼ାହାଣ ପାଶ୍ୱର୍ ଡାଇକ୍ ର ୪ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି ।
ଜଳ ଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୫୮ ହଜାର ୫୯୦ ଘନଫୁଟ୍ ଜଳ ପ୍ରବେଶ କରୁଛି । ସେହି ସମୟରେ ମୋଟ୍ ୧୨ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ପ୍ରତି ସେକେଣ୍ଡରେ ୨ ଲକ୍ଷ ୨୫ ହଜାର ୫୫୭ ଘନଫୁଟ୍ ରୁ ଉର୍ଦ୍ଧ୍ୱ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଜଳ ଭଣ୍ଡାରର ଜଳ ପତନ ଆଜି ଦିନ ୧୨ଟା ସୁଦ୍ଧା ୬୨୮.୨୩ ଫୁଟ୍ ରହିଛି ।