
ବେଲଗୁଣ୍ଠା,ଆଜି ବେଲଗୁଣ୍ଠା ବାଲିଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏକ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବରେ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ହରପ୍ରସାଦ ଖାଡଙ୍ଗା ଏବଂ ସହକାରୀ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ଦାଶଙ୍କୁ ବିଦ୍ୟାଳୟ ତରଫରୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି I ଏହି ଅବସରରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ରଞ୍ଜିତ କୁମାର ସାମଲଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ବେଲଗୁଣ୍ଠା ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଜିତ କୁମାର ପଟ୍ଟନାୟକ ଯୋଗ ଦେଇ ଅବସର କାଳୀନ ସମୟ ଜଣେ ଆଦର୍ଶ ଶିକ୍ଷକ ପାଇଁ କେତେ ଯେ ଯନ୍ତ୍ରଣା ଦାୟକ ସେ କଥା ଜଣେ ଅନୁଭବୀ ହିଁ ଜାଣେ ବୋଲି ପ୍ରକାଶ କରିଥିବା ବେଳେ ସମ୍ମାନୀତ ଅତିଥି ରୂପେ ଅବସର ପ୍ରାପ୍ତ ଶିକ୍ଷକ ସୁବାସ ଚନ୍ଦ୍ର ସ୍ୱାଇଁ ଯୋଗ ଦେଇ ଜଣେ ଶିକ୍ଷକ ଜୀବନରେ ବହୁ କଷ୍ଟ ସହି ସମସ୍ତଙ୍କୁ ଉତ୍ତମ ରାସ୍ତାରେ ଚଳାଇ ନେଇଥାଏ ବୋଲି ମତ ପ୍ରକାଶ କରିଥିଲେ। ଏହି ଅବସରରେ ବିଦ୍ୟାଳୟର ଉପଦେଷ୍ଟା ସୁରେନ୍ଦ୍ର ସାମଲ ଯୋଗ ଦେଇ ଦୁଇ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଅବସର ବିଦ୍ୟାଳୟ ପାଇଁ ଅପୂରଣୀୟ କ୍ଷତି ବୋଲି ପ୍ରକାଶ କରିଥିଲେ I ଏହି ଅବସରରେ ଉଭୟ ବିଦାୟୀ ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କୁ ଉତ୍ତରୀୟ, ମାନପତ୍ର ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ କବିତା ଦେବୀ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶିକ୍ଷୟିତ୍ରୀ ସ୍ଵପ୍ନାରାଣୀ ଖଡଗରାୟ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଶିକ୍ଷୟିତ୍ରୀ ସବିତା ପାଠୀ , ବିଜୟ ଲକ୍ଷ୍ମୀ ଦାସ , ଜ୍ୟୋତ୍ସ୍ନା ସେଠୀ , ସୁମତି ପାଣିଗ୍ରାହି ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।
ରିପୋର୍ଟ-ଶିବରାମ ଚୌଧୁରୀ
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO