
ସମ୍ବଲପୁର, ଉପର ମୁଣ୍ଡରେ କ୍ରମାଗତ ବର୍ଷା ଫଳରେ ହୀରାକୁଦ ଜଳଭଣ୍ଡାରର ଜଳ ପତନ ବୃଦ୍ଧି ପାଇଛି । ଫଳରେ ଆଜି ଦିନ ୧୨ ଟା ସୁଦ୍ଧା ମୋଟ୍ ୨୮ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଡ଼୍ୟାମ୍ ର ବାମ ପାଶ୍ୱର୍ ଡାଇକ୍ ର ୧୯ଟି ଏବଂ ଡ଼ାହାଣ ପାଶ୍ୱର୍ ଡାଇକ୍ ର ୯ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଜଳ ଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ଜଳ ଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୫ ଲକ୍ଷ ୨୦ ହଜାର ୪୫୭ ଘନଫୁଟ୍ ଜଳ ପ୍ରବେଶ କରୁଛି । ସେହି ସମୟରେ ମୋଟ୍ ୨୮ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ପ୍ରତି ସେକେଣ୍ଡରେ ୪ ଲକ୍ଷ ୮୦ ହଜାର ୬୯୨ ଘନଫୁଟ୍ ରୁ ଉର୍ଦ୍ଧ୍ୱ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଜଳ ଭଣ୍ଡାରର ଜଳ ପତନ ଆଜି ଦିନ୧୨ଟା ସୁଦ୍ଧା ୬୨୮.୬୫ ଫୁଟ୍ ରହିଛି ।