
ଭୁବନେଶ୍ୱର,ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ମହାପାତ୍ରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକଟ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ କରି ଉଲ୍ଲେଖ କରିଛନ୍ତି ଯେ ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଦେଶର ସ୍ୱାଧୀନତା ଏବଂ ଅଖଣ୍ଡତା ବଜାୟ ରଖିବା କ୍ଷେତ୍ରରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ।