ଭୁବନେଶ୍ୱର, ଭୁବନେଶ୍ୱର ଶତାବ୍ଦୀନଗରରେ ପାଣି ସୁଅରେ ଭାସିଯାଇ ମୃତ୍ୟୁବରଣ କରିଥିବା ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରାଯାଇଛି । ରିଲିଫ୍ କୋଡ୍ ଅନୁସାରେ ଜ୍ୟୋତିପ୍ରକାଶଙ୍କ ପରିବାରବର୍ଗକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଦିଆଯିବ ବୋଲି ସୂଚନା ଦେଇଛନ୍ତି ଏକାମ୍ର ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ।
ଗତକାଲି ଖୋଲା ଡ୍ରେନ୍ ରେ ଭାସିଯାଇଥିଲେ ଦଶମ ଶ୍ରେଣୀ ଛାତ୍ରେ ୧୫ ବର୍ଷୀୟ ଜ୍ୟୋତିପ୍ରକାଶ ବେହେରା । ୧୯ ଘଂଟାର ଅପରେସନ ପରେ ପଂଚସଖା ନଗର ମୁଖ୍ୟ ଡ୍ରେନ୍ ନିକଟ ବୁଦା ଭିତରୁ ମୃତଦେହକୁ ଉଦ୍ଧାର କରାଯାଇଛି ।