ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୫ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ତେବେ ଏହି ମୃତ୍ୟୁ ସଂଖ୍ୟା ରିଏଲ ଟାଇମ ନୁହେଁ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୧୪୬ ହୋଇ ଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ, ଖୋର୍ଧା, ପୁରୀ ବାଲେଶ୍ୱର, , କଟକ ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆ ଯାଇଛି ।