ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୬୭୭ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୪,୩୫୮ ହୋଇଛି ।
ଆସାମରେ କରୋନାର ୪୫୫ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୪୫୫ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୩,୬୩୭ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
କେରଳରେ ଗତ ୨୪ ଘଂଟାରେ ୧୫,୬୯୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୧୫,୬୯୨ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୬୭,୦୦୮ ହୋଇ ଯାଇଛି ।