ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୮୩୯ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୪,୦୭୮ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୨୦ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭୯ ହୋଇ ଯାଇଛି ।
ଆସାମରେ କରୋନାର ୪୫୫ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୪୫୫ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୩,୬୩୭ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।