
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ୍ରାଫର ବୀର ଯବାନ ସୀତାରାମ ମୁର୍ମୁଙ୍କ ଅକାଳ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ୍ରାଫର ବୀର ଯବାନ ସୀତାରାମ ମୁର୍ମୁଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ନିଷ୍ଠା ଓ କାର୍ଯ୍ୟ ପ୍ରତି ସମର୍ପିତ ମନୋଭାବ ସମସ୍ତଙ୍କ ପାଇଁ ଉଦାହରଣ ହୋଇ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।