ଭୁବନେଶ୍ୱର,ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋପାଳ ଚନ୍ଦ୍ର ପ୍ରହରାଜଙ୍କୁ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଯଶସ୍ୱୀ ସାରସ୍ୱତ ସାଧକ ତଥା ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷର ରଚୟିତା ଗୋପାଳଚନ୍ଦ୍ର ପ୍ରହରାଜଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି । ଓଡ଼ିଆ ଭାଷାକୁ ରୁଦ୍ଧିମନ୍ତ କରିବାରେ ତାଙ୍କ ରଚିତ ପୂର୍ଣ୍ଣାଙ୍ଗ ଭାଷାକୋଷର ବଳିଷ୍ଠ ଭୂମିକା ରହିଛି । ସେ ସ୍ଥାପନ କରିଯାଇଥିବା ଅକ୍ଷୟ କୀର୍ତ୍ତି ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ ।