
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୭ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ତେବେ ଏହି ମୃତ୍ୟୁ ସଂଖ୍ୟା ରିଏଲ ଟାଇମ ନୁହେଁ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୧୮୭ ହୋଇ ଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଜଗତସିଂହପୁର ଜିଲ୍ଲାରୁ ୨ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । କଟକ, ଗଂଜାମ, ଯାଜପୁର, କେନ୍ଦ୍ରାପଡା ଓ ଖୋର୍ଧା ଜିଲ୍ଲାରୁ ୧-୧ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।
ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆ ଯାଇଛି ।