ଭୁବନେଶ୍ୱର, ପିପିଲି ଉପନିର୍ବାଚନ ଲାଗି ମତଦାନ ପ୍ରକ୍ରିୟା ଜାରି ରହିଛି । ଅପରାହ୍ନ ୩ ଟା ସୁଦ୍ଧା ୫୯.୭୨% ମତଦାନ ହୋଇଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ କୌଣସି ସ୍ଥାନରେ ଅପ୍ରୀତିକର ପରିସ୍ଥିତି ଉପୁଜିନାହିଁ । ମତଦାନ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ମକ୍ ଡ୍ରିଲ୍ କରାଯାଇଥିଲା ।
ଏଠାରେ ଉଲ୍ଲେଖ କରା ଯାଇ ପାରେ ଯେ ପିପିଲି ଉପନିର୍ବାଚନ ପାଇଁ ଆଜି କୋଭିଡ୍ କଟକଣା ମଧ୍ୟରେ ସକାଳ ୭ଟାରୁ ମତଦାନ ପକ୍ରିୟା ଆରମ୍ଭ ହୋଇଛି । ପୂର୍ବାହ୍ନ ୯ଟା ସୁଦ୍ଧା ୭.୮% ମତଦାନ ହୋଇଥିବା ବେଳେ ୧୧ଟା ସୁଦ୍ଧା ୨୪.୭୬ ପ୍ରତିଶତ ଓ ଅପରାହ୍ନ ୧ ଟା ସୁଦ୍ଧା ୪୫.୩୨% ମତଦାନ ହୋଇଛି । ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ । ପିପିଲି ବ୍ଲକ୍ ର ସମୁଦାୟ ୧୯୯ଟି ବୁଥ୍ ଓ ଡେଲାଙ୍ଗ ବ୍ଲକ୍ ର ୧୪୯ଟି ବୁଥ୍ ରେ ମତଦାନ ଜାରି ରହିଛି । ୧,୧୯,୨୦୬ ଜଣ ପୁରୁଷ ଭୋଟର ଓ ୧,୧୦,୭୯୦ଜଣ ମହିଳା ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ । ଏହାବାଦ୍ ୨ ଜଣ ତୃତୀୟ ଲିଙ୍ଗ ଓ ୩୨୧ଜଣ ସର୍ଭିସ୍ ଭୋଟର୍ ମଧ୍ୟ ଭୋଟ୍ ଦେବେ ।