ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୪୭୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୬୯୫୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୩ ହଜାର ୧୪୨ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୫୫୬ ରହିଛି ।
ଆଜି ଚିହ୍ନଟ ହୋଇଥିବା ୪୭୭ ଜଣଙ୍କ ମଧ୍ୟରୁ ୨୭୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୯୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୨ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୦୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକରୁ ୧ ଜଣ ସଂକ୍ରମିତ ହୋଇଥିବା ବେଳେ ବଲାଙ୍ଗୀର ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କଟକରୁ ୬୨ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୧ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୮ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଜଗତସିଂହପୁର ଜିଲ୍ଲାରୁ ୨୩ ଜଣ, ଯାଜପୁରରୁ ୧୬ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୭ ଜଣ ଚିହ୍ନଟ ହୋଇ ଥିବା ବେଳେ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୨୦୦ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୬ ଜଣ, ରାୟଗଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୧୧, ସୋନପୁରରୁ ୨ , ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ୍ ପୁଲରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।