
ସମ୍ବଲପୁର, ଆଜି ଦିନ ୧୨ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରୁ ମୋଟ୍ ୪ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଡ଼୍ୟାମ୍ ର ବାମ ପାଶ୍ୱର୍ ଡାଇକ୍ ର ୩ଟି ଏବଂ ଡ଼ାହାଣ ପାଶ୍ୱର୍ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଜଳ ଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ଜଳ ଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୯୬ ହଜାର ୪୫୧ ଘନଫୁଟ୍ ଜଳ ପ୍ରବେଶ କରୁଛି । ସେହି ସମୟରେ ମୋଟ୍ ୪ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ପ୍ରତି ସେକେଣ୍ଡରେ ୯୬ ହଜାର ୪୫୧ ଘନଫୁଟ୍ ରୁ ଉର୍ଦ୍ଧ୍ୱ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଜଳ ଭଣ୍ଡାରର ଜଳ ପତନ ଦିନ ୧୨ଟା ସୁଦ୍ଧା ୬୩୦.୦୦ ଫୁଟ୍ ରହିଛି ।ସେହିପରି ଗତ ୨୪ ଘଂଟା ମଧ୍ୟରେ ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ୦୦.୨୯ ମି.ମି. ଓ ଡ଼୍ୟାମ୍ ର ତଳ ମୁଣ୍ଡରେ ହାରାହାରି ୦୭.୧୩ ମି.ମି. ବର୍ଷା ରେକର୍ଡ଼ କରାଯାଇଛି ।