ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୬୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୮୯୨୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୦୪ ହଜାର ୬୪୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୯୦୬ ରହିଛି ।
ଆଜି ଚିହ୍ନଟ ହୋଇଥିବା ୬୨୮ ଜଣଙ୍କ ମଧ୍ୟରୁ ୩୬୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୬୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୦୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକରୁ ୧୦ ଜଣ ସଂକ୍ରମିତ ହୋଇଥିବା ବେଳେ ବଲାଙ୍ଗୀର ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କଟକରୁ ୪୪ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୩ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୩, ଗଂଜାମ ଜିଲ୍ଲାରୁ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଜଗତସିଂହପୁର ଜିଲ୍ଲାରୁ ୧୦ ଜଣ, ଯାଜପୁରରୁ ୧୮ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧ ଜଣ ଚିହ୍ନଟ ହୋଇ ଥିବା ବେଳେ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୨୦୭ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ୧. ମୟୂରଭଞ୍ଜରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୪ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ନୟାଗଡ଼ରୁ ୪ ଜଣ ସଂକ୍ରମିତ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୭ ଜଣ, ରାୟଗଡ଼ାରୁ ୭,ସମ୍ବଲପୁରରୁ ୩, ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ୍ ପୁଲରୁ ୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।