ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୮୬୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୦,୫୭୪ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୩୩ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮୩ ହୋଇ ଯାଇଛି ।