କୈଳାଶ ଚନ୍ଦ୍ର ପଣ୍ଡା,ପୁରୀ
ଲୋକସଭା ଭବନଠାରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ସାମୁଦ୍ରିକ ଝଡ଼ ଓ ଜୁଆର ଠାରୁ ଚିଲିକା ବାସୀଙ୍କ ସୁରକ୍ଷା ପାଇଁ ଏକ ସ୍ୱତନ୍ତ୍ର ବନ୍ଧ ନିର୍ମାଣ ନେଇ ଶ୍ରୀ ଦାସବର୍ମା ଗୁରୁତ୍ୱ ଦେଇଛନ୍ତି । ସେହିପରି ମାଳିସାହି (ପୁରୀ ସଦର) ଏବଂ ବ୍ରହ୍ମଗିରି ଠାରେ ସୁନାମୁଖୀ ନଦୀ ଉପରେ କଣ୍ଟ୍ରୋଲ ଷ୍ଟକ୍ଚର କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ପାଇଁ ଶ୍ରୀ ଦାସବର୍ମା ନିର୍ଦ୍ଦେଶ ଦେଇଛନ୍ତି । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର,ଜଳ ସମ୍ପଦ ବିଭାଗ ପ୍ରମୁଖ ଶାସନ ସଚିବ ଅନୁଗର୍ଗ ଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।