ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୪୨୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୭୫୩ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୩୪ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୮ ହୋଇ ଯାଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୩୪୧ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୩୪୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୫୩୨ ହୋଇଛି ।