ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୨୩୮ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ କଟକ, କନ୍ଧମାଳ, ନୟାଗଡ ଓ ସୁନ୍ଦରଗଡ ଜିଲ୍ଲାରୁ ୧-୧ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।