-
କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ସହାୟତା ରାଶି ପରିମାଣରେ ବୃଦ୍ଧି
ଭୁୁବନେଶ୍ୱର, ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟରେ ସଂଶୋଧନ କରିଛନ୍ତି । ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କୁ ଜିଆଇଏସ ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।
ସେହିପରି ୫୪୦୦ ଓ ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ଏଓଝ ବାବଦ ଦେୟକୁ ୧୨ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।
କର୍ମଚାରୀ ମାନଙ୍କ ପାଇଁ ଜିଆଇଏସ ଏକ ସାମାଜିକ ସୁରକ୍ଷା ଯୋଜନା । ଚାକିରୀରେ ଥିବାବେଳେ ଯଦି ଜଣେ କର୍ମଚାରୀ ମୃତ୍ୟୁବରଣ କରନ୍ତି, ତେବେ ଏହି ଯୋଜନାରେ ତାଙ୍କ ପରିବାରକୁ ଆର୍ôଥକ ସହାୟତା ପ୍ରଦାନ କରାଯାଇଥାଏ ।
୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ଦେଢ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ମୃତ୍ୟୁରେ ଅଢେଇ ଲକ୍ଷ ଟଙ୍କା ସହାୟତା ମିଳୁଥିଲା । ବର୍ତମାନ ଏହି ସଂଶୋଧିତ ନିଷ୍ପତି ଅନୁଯାୟୀ, ଏହି ଯୋଜନାରେ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ପ୍ରଦାନ କରାଯିବ ।
ସେହିପରି ଅନ୍ତେଷ୍ଟିକ୍ରୀୟା ପାଇଁ ସହାୟତା ରାଶିର ପରିମାଣ ପୂର୍ବରୁ ୫ ହଜାର ଟଙ୍କା ଥିବାବେଳେ ଏବେ ଏହାକୁ ଉଭୟ କ୍ଷେତ୍ରରେ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏହି ବର୍ଦ୍ଧିତ ଦେୟ ପୂର୍ବ ପରି ୧୦ଟି କିସ୍ତିରେ କର୍ମଚାରୀମାନଙ୍କ ଦରମାରୁ ନିଆଯିବ ।