ଭୁୁବନେଶ୍ୱର, ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧%ମହଙ୍ଗା ଭତା ଓ ଡିଅରନେସ ରିଲିଫ ଘୋଷଣା କରିଛନ୍ତି ।
ଏହି ନିଷ୍ପତି ଦ୍ୱାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ ।ଏହା ଫଳରେ ବର୍ତମାନ ମହଙ୍ଗା ଭତା ୧୭%ରୁ ବଢ଼ି ,୨୮%ରେ ପହଂଚିଲା ।
ରାଜ୍ୟ ସରକାରଙ୍କ ନିଷ୍ପତି ଅନୁଯାୟୀ ୧/୭/୨୦୨୧ ରୁ ପିଛିଲା ଭାବରେ ୧୧%ମହଙ୍ଗା ଭତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ । ବକେୟା ତିନି ମାସର ବର୍ଦ୍ଧିତ ଭତା ମଧ୍ୟ ନଗଦ ଆକାରରେ ମିଳିବ ।