ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୨୪୨ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ନବରଙ୍ଗପୁର ଜିଲ୍ଲାର ୨ ଜଣ ମୃତ୍ୟୁବରଣ କରିଥିବା ବେଳେ ବଲାଙ୍ଗୀର ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।