ନୂଆଦିଲ୍ଲୀ,ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୪,୩୧୩ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୮୧ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨,୧୪,୯୦୦ ଥିବା ବେଳେ ବର୍ତମାନ ସୁଦ୍ଧା ୪,୫୦,୯୬୩ଜଣ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ କରୋନାରେ ଆଉ ୬ ଜଣଙ୍କର ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୬ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୨୬୧ହୋଇ ଯାଇଛି ।