
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୬ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୨୬୧ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାର ୨ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର ଜଗତସିଂହପୁର ଜିଲ୍ଲାର ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି ।