
ଭୁବନେଶ୍ୱର, କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ଢେଙ୍କାନାଳର ପୂର୍ବତନ ବିଧାୟକ ନବୀନ ନନ୍ଦ । ଏସମ୍ପର୍କରେ ସେ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି ଯେ ସେ ତାଙ୍କ ନିଜ ଇଚ୍ଛାରେ ଭାରତୀୟ ଜାତୀୟ କଂଗ୍ରେସ ଦଳର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫା ପତ୍ର ପ୍ରଦେଶ କଂଗ୍ରେସ ସଭାପତିଙ୍କ ନିକଟକୁ ମେଲ୍ ଯୋଗେ ପଠାଇ ଦେଇଛନ୍ତି । କଂଗ୍ରେସର ରାଜ୍ୟ ନେତୃତ୍ୱ ତାଙ୍କ ଉପରେ ଭରସା କରି ଢେଙ୍କାନାଳ ବିଧାନସଭା ଆସନ ପାଇଁ ୨୦୧୯ରେ ପ୍ରାର୍ଥୀ କରିଥିବାରୁ ସେ କୃତଜ୍ଞତା ପ୍ରକାଶ କରିଛନ୍ତି ।
୨୦୦୯ରେ ନବୀନ ନନ୍ଦ ଏନ୍ସିପି ଟିକେଟ୍ ରେ ଢେଙ୍କାନାଳ ବିଧାନସଭା ଆସନରୁ ବିଜୟୀ ହୋଇଥିଲେ । ପରେ ସେ ବିଜେଡିରେ ଯୋଗ ଦେଇଥିଲେ । ତେବେ ବିଜେଡିରୁ ନିଲମ୍ବିତ ହେବା ପରେ ସେ କଂଗ୍ରେସରେ ଯୋଗ ଦେଇଥିଲେ ।