
ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୫୨୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୩୮୦୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୧୬୮ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୩୧୪ ରହିଛି ।
ଆଜି ଚିହ୍ନଟ ହୋଇଥିବା ୫୨୧ ଜଣଙ୍କ ମଧ୍ୟରୁ ୩୦୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୧୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୪୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ୱରରୁ ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୩, ଭଦ୍ରକରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ୪ ଓ ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କଟକରୁ ୬୦ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୧୫ ଜଣ, ଯାଜପୁରରୁ ୯ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୩ ଓ କନ୍ଧମାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୪ ସଂକ୍ରମିତ ଚିହ୍ନଟ ହୋଇ ହୋଇଛନ୍ତିା
ଖୋର୍ଦ୍ଧାରୁ ୨୪୯ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୯ ଜଣ ସଂକ୍ରମିତ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ୍ ପୁଲରୁ ୬୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।